Odisha Public Khabar
Odisha Public Khabar
rayagada

ରାୟଗଡ଼ାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି: ୮୩ଟି ଅଭିଯୋଗ ପଞ୍ଜୀକୃତ, ୧୭ଟିର ତୁରନ୍ତ ଫଇସଲା

O-Khabar Admin
rayagada
Share:
ରାୟଗଡ଼ାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି: ୮୩ଟି ଅଭିଯୋଗ ପଞ୍ଜୀକୃତ, ୧୭ଟିର ତୁରନ୍ତ ଫଇସଲା

୮୩ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୫୮ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୂହିକ ଅଭିଯୋଗର ଶୁଣାଣି କରାଯାଇଥିଲା। ଉକ୍ତ ଅଭିଯୋଗ ଶୁଣାଣି ଅବସରରେ ଜିଲ୍ଲା ରେଡକ୍ରସ୍ ପାଣ୍ଠିରୁ ୮ ଜଣ ଆବଶ୍ୟକତା ଥିବା ହିତାଧିକାରୀଙ୍କୁ ମୋଟ ୧ ଲକ୍ଷ ୨୭ ହଜାର (୧,୨୭,୦୦୦) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ୧୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।

ରାୟଗଡ଼ା,୩/୮(ଓ-ଖବର)- ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି ରାୟଗଡ଼ା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା।

ଏହି ବୈଠକରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜ ପ୍ରାସାଦ, ବନ ବିଭାଗର ଅଧିକାରୀ ଶ୍ରୀ ସଚିନ୍ ଆନ୍ନା ସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ପ୍ରଶାନ୍ତ କୁମାର ମିଶ୍ର, ଉପ-ଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା ଏବଂ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀ ଚନ୍ଦ୍ରକାନ୍ତ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରିଥିଲେ।

ଏହି ଶିବିରରେ ମୋଟ ୮୩ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୫୮ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୂହିକ ଅଭିଯୋଗର ଶୁଣାଣି କରାଯାଇଥିଲା। ଉକ୍ତ ଅଭିଯୋଗ ଶୁଣାଣି ଅବସରରେ ଜିଲ୍ଲା ରେଡକ୍ରସ୍ ପାଣ୍ଠିରୁ ୮ ଜଣ ଆବଶ୍ୟକତା ଥିବା ହିତାଧିକାରୀଙ୍କୁ ମୋଟ ୧ ଲକ୍ଷ ୨୭ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ୧୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଅନ୍ୟାନ୍ୟ ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଖବର ଆପଣଙ୍କୁ ସାହାଯ୍ୟ କଲା କି?

Share:
ମୁଖ ପୃଷ୍ଠାକୁ ଫେରନ୍ତୁ