ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ଏକ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି।
ନୂଆଦିଲ୍ଲୀ / ଭୁବନେଶ୍ୱର,୩୧/୭(ଓ-ଖବର)- ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ଏକ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି।
ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ, ଚାଲୁ ରହିଥିବା ବିଭିନ୍ନ ରେଳ ପ୍ରକଳ୍ପର ଅଗ୍ରଗତି, ଟେଲିକମ୍ ସେବାର ସମ୍ପ୍ରସାରଣ ଏବଂ ରାଜ୍ୟରେ ଆଇଟି (IT) କ୍ଷେତ୍ରର ଅଧିକ ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି। ରାଜ୍ୟର ଗ୍ରାମାଞ୍ଚଳରେ ଇଣ୍ଟରନେଟ୍ ଓ ଟେଲିଫୋନ୍ ସେବାକୁ ଅଧିକ ସୁଦୃଢ଼ କରିବା ଏବଂ ନୂତନ ରେଳ ଲାଇନ୍ ବିଛାଇବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶାର ପ୍ରଗତି ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ଏହି ଖବର ଆପଣଙ୍କୁ ସାହାଯ୍ୟ କଲା କି?
